ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ଅନେକ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୧୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ। ପରବର୍ତ୍ତୀ ଦିନଗୁଡ଼ିକରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି। ୧୯ ତାରିଖ ପର୍ଯ୍ୟନ୍ତ ଏହି ପାଣିପାଗ ପରିବର୍ତ୍ତନ ଜାରି ରହିପାରେ।

Leave a Reply

Your email address will not be published. Required fields are marked *