ନୂଆଦିଲ୍ଲୀ: ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ୫ ମହଲା କୋଠା ଭୁଶୁଡ଼ି ପଡ଼ିବା ଘଟଣାରେ ଉଦ୍ଧାର କାର୍ଯ୍ୟ ଜୋରଦାର ଭାବେ ଜାରି ରହିଛି। ଘଟଣାସ୍ଥଳରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।ସୂଚନା ଅନୁସାରେ, ପ୍ରାୟ ୪୦ରୁ ୫୦ ବର୍ଷ ପୁରୁଣା ଏହି କୋଠାର ବେସମେଣ୍ଟରେ ମରାମତି କାମ ଚାଲିଥିଲା। ଏହି ସମୟରେ ହଠାତ୍ କୋଠାଟି ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି। କୋଠାରେ ବିଶେଷକରି ପାଠପଢ଼ା କରୁଥିବା ଛାତ୍ରଛାତ୍ରୀମାନେ PG ଭାବେ ରହୁଥିଲେ।ଭୁଶୁଡ଼ି ପଡ଼ିଥିବା କୋଠାର ଭଗ୍ନାବଶେଷ ତଳୁ ଏଯାବତ୍ ୬ ଜଣଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ତେବେ ଆହୁରି ଅନେକ ଲୋକ ଭଗ୍ନାବଶେଷ ତଳେ ଫସିଥିବା ଆଶଙ୍କା କରାଯାଉଛି।ଏହାକୁ ଦୃଷ୍ଟିରେ ରଖି ଉଦ୍ଧାରକାରୀ ଦଳ ପକ୍ଷରୁ ବ୍ୟାପକ ସର୍ଚ୍ଚ ଓ ରେସ୍କ୍ୟୁ ଅପରେସନ୍ ଜାରି ରହିଛି। ଭଗ୍ନାବଶେଷ ହଟାଇ ଫସିଥିବା ଲୋକଙ୍କୁ ଖୋଜିବା ସହ ସୁରକ୍ଷିତ ଭାବେ ଉଦ୍ଧାର କରିବାକୁ ଉଦ୍ୟମ ଚାଲିଛି। ଘଟଣାସ୍ଥଳରେ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛନ୍ତି।
ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିବା ଘଟଣାରେ ଉଦ୍ଧାର କାର୍ଯ୍ୟ ଜୋରଦାର
