ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ଅନୁଗୋଳ

ଅନୁଗୋଳ : ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ଶୈଳ ଶ୍ରୀକ୍ଷେତ୍ର। ଧାଡ଼ି ପହଣ୍ଡିରେ ବିଜେ ହେଉଛନ୍ତି ଶ୍ରୀ ଜଗନ୍ନାଥ। ଶୈଳ ଶ୍ରୀକ୍ଷେତ୍ର ମନ୍ଦିର ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି।
କୂଅରୁ ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ ଦେବେ। ସେପଟେ ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଶ୍ରୀଜିଉ। ୧୫ ଦିନ ଅଣସର ଘରେ ଚାଲିବ ମହାପ୍ରଭୁଙ୍କ ଉପଚାର। ଯାହାପରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଶୈଳ ଶ୍ରୀକ୍ଷେତ୍ର ମନ୍ଦିରରେ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ବ୍ୟବସ୍ଥା କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ଚଳିତବର୍ଷ ଦେବସ୍ନାନ ପୂର୍ଣ୍ଣିମାକୁ ସୁରୁଖୁରୁରେ ପରିଚାଳନା କରିବା ଲାଗି ୩ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ କରାଯାଇଛି। ଜୁଲାଇ ୧୬ରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା।

Leave a Reply

Your email address will not be published. Required fields are marked *