ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଦକ୍ଷିଣ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡିଶା ଉପରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସମାନ ଅଞ୍ଚଳରେ ସୃଷ୍ଟି ହୋଇଛି। ଏହା ସହିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ଏହା ବିସ୍ତାରିତ ହୋଇ ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲାକୁ ଅରେଞ୍ଜ ଓ ୧୯ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହାସହ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ନୂଆପଡା ଓ ବଲାଙ୍ଗୀରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡଘଡି ସହ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲୁପର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼। ୮ ଓ ୯ ଦୁଇ ଦିନ ଉପକୂଳ ଅଶାନ୍ତ ରହିବ। ଏହି ସମୟରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସହ ଏହି ସମୟରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି।
ବଙ୍ଗୋପସାଗରରେ ଲଘୁଚାପ ; ରାଜ୍ୟରେ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା
