ରାଜ୍ୟରେ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର:ଚଳିତ ମୌସୁମୀ ଋତୁରେ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିଛି। ଜୁନ୍‌ ୧ ତାରିଖରୁ ଏଯାବତ୍ ଓଡ଼ିଶାରେ ମୋଟ ୨୬୫.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷାଠାରୁ ୪ ପ୍ରତିଶତ ଅଧିକ। ଏ ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ସୂଚନା ଅନୁଯାୟୀ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବାବେଳେ ୧୧ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଏବଂ ଆଉ ୧୧ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ଅନ୍ୟପକ୍ଷରେ, ୬ଟି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍ ରହିଛି। ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ସେ କହିଛନ୍ତି।

Leave a Reply

Your email address will not be published. Required fields are marked *