ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ୫ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଜଳବନ୍ଦୀ, ସହରାଞ୍ଚଳରେ ଜଳ ଜମିବା, ଭୂସ୍ଖଳନ ଓ ଯାତାୟାତ ବ୍ୟାହତ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ସତର୍କ କରାଯାଇଛି।ଏହାବ୍ୟତୀତ, ରାଜ୍ୟର ୧୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା
