ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ସେ ବିଜୁ ଜନତା ଦଳର ଜଣେ ଆଗ ଧାଡିର ନେତା। ଗତ ୨୦୦୯ରୁ ୨୦୨୪ ପର୍ଯ୍ୟନ୍ତ ଲଗାତାର ୩ଥର ବରଗଡ଼ ଜିଲା ଭଟଲି ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ସେ ନବୀନ ସରକାରରେ ଶ୍ରମମନ୍ତ୍ରୀ, ଗ୍ରାମ୍ୟଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଳରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *