କେନ୍ଦ୍ର ମନ୍ତ୍ରୀ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର:ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବିଶେଷ କରି ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ସୁରକ୍ଷା ବ୍ୟବସ୍ଥା ଏବଂ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ନେଇ ଉଭୟଙ୍କ ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଥିବା ସୂଚନା ମିଳିଛି।

ଏହାପରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ, ନୂଆ ରେଳ ପ୍ରକଳ୍ପର କାର୍ଯ୍ୟକାରିତା ଏବଂ ରାଜ୍ୟରେ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ ନେଇ ଆଲୋଚନା କରିଥିଲେ। ରାଜ୍ୟର ବିଭିନ୍ନ ରେଳ ପ୍ରକଳ୍ପକୁ ଶୀଘ୍ର ଗତିରେ ଆଗେଇ ନେବା ଓ ଲୋକଙ୍କୁ ଉନ୍ନତ ରେଳ ସେବା ଯୋଗାଇବା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା।

Leave a Reply

Your email address will not be published. Required fields are marked *