ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ବନକ ଲାଗି ନୀତି

ପୁରୀ: ଗୁରୁବାର ଶ୍ରାବଣ ମାସ ଶୁକ୍ଳ ପକ୍ଷ ପ୍ରତିପଦ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରିଥାନ୍ତି। ଏହି ନୀତି ସମାପନ ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକ ଲାଗି କୁହାଯାଏ।

Leave a Reply

Your email address will not be published. Required fields are marked *