ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ବିଭିନ୍ନ ବିଭାଗର ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେକ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି।ଅଦଳବଦଳ ଅନୁଯାୟୀ, ସୁରେଶ ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନୂଆ ଦାୟିତ୍ୱ ମିଳିଛି। ଏଥିସହ ସେ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ।ସେହିପରି ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ମାଇନିଂ କର୍ପୋରେସନ୍ (OMC)ର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ଖଣିଜ କ୍ଷେତ୍ରରେ OMCର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ଏହି ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି।ଅନ୍ୟପକ୍ଷରେ, ଡା. ବୃନ୍ଦା ଡିଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ (SSEPD)ର କମିଶନର ତଥା ଶାସନ ସଚିବ ଦାୟିତ୍ୱ ଦିଆଯାଇଛି।
IAS ସ୍ତରରେ ବଡ଼ ଅଦଳବଦଳ
