ପୁରୀ :ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ୨୦୨୬ ପାଇଁ ଶେଷ ସମନ୍ୱୟ କମିଟି ବୈଠକ ଶେଷ। ଆଉ ୯ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗି ପୁଲିସ ତରଫରୁ ବ୍ୟବସ୍ଥାର କରାଯାଇଛି ଏନେଇ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୂର ଖୁରାନିଆ ସୂଚନା ଦେଇଛନ୍ତି।
ଏହି ଅବସରରେ ଡିଜିପି ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ, ରଥଯାତ୍ରା ଲାଗି ପୁଲିସ ତରଫରୁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଯାତ୍ରାରେ ଲକ୍ଷାଧିକ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ । ଶ୍ରଦ୍ଧାଳୁ କିଭଳି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଦର୍ଶନ କରି ଫେରିବେ ତାହା ପୁଲିସର ମୁଖ୍ୟ ଦାୟିତ୍ୱ । ଏହି ସମୟରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହ ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ଓ ରଥଟଣା ଗୁରୁତ୍ୱପୂର୍ଣ୍ଣ । ସେଥିଲାଗି ଚଳିତବର୍ଷ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୋମେନ୍ଦ୍ର ପ୍ରିୟଦର୍ଶୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରଥଯାତ୍ରା ପରିଚାଳନା କରାଯାଉଛି । ରଥଯାତ୍ରାକୁ ଅଘଟଣମୁକ୍ତ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
